ଓଡ଼ିଶାରେ ଧିରେ ଧିରେ ନିଜ ସ୍ଥିତି ହରାଉଛି କରୋନା,୨୪ ଘଣ୍ଟାରେ ୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର ,ଏପ୍ରିଲ ୪ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୪୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨ ଜଣ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ ରହିଛନ୍ତି ।

Leave A Reply

Your email address will not be published.