ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୧ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୦୯।୦୪ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୩୪ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୮୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୪୮୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୮୮୭୦୧୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.