ଦେଶରେ କମୁଛି ସଂକ୍ରମଣ

ନୂଆଦିଲ୍ଲୀ ୧୨/୦୪: କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଏକ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଏକ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୭୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ସେହିପରି ୧୯ ଜଣଙ୍କ ମୃତ୍ୟୁ ଘଟିଛି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୮୮୯ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୪ ହଜାର ୩୨୯ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ  ୫୨୧୭୧୦ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.