କେନ୍ଦୁଝର ଜିଲ୍ଲାରେ ଇଣ୍ଟରନେଟ୍ ସେବା ବନ୍ଦ, ଯୋଡ଼ାରେ ସହରରେ ୧୪୪ ଧାରା

କେନ୍ଦୁଝର ୧୨।୦୪ : ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଯୋଗୁଁ କେନ୍ଦୁଝର ଜିଲ୍ଲାରେ ଇଣ୍ଟରନେଟ୍ ସେବା ବନ୍ଦ । ସମଗ୍ର ଜିଲ୍ଲାରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରିଦିଆଯାଇଛି । ଏପିରିକିଯୋଡା ସହରରେ ୧୪୪ ଧାରା ଜାରି କରାଯାଇଛି । ବିଭିନ୍ନ ସ୍ଥାନରେ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ସେପଟେ କେନ୍ଦୁଝର ଏସ.ପି. ମିତ୍ରଭାନୁ ମହାପାତ୍ର, ଚମ୍ପୁଆ ଉପଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଉପସ୍ଥିତିରେ ଉଭୟ ଗୋଷ୍ଠୀର ୧୦ ଜଣ ଲେଖାଏଁ ବସି ଆଲୋଚନା କରିବା ପରେ ମଧ୍ୟ ଉତ୍ତେଜନା ଲାଗି ରହିଛି । ଆଗକୁ କୌଣସି ଅପ୍ରୀତିକର ଘଟଣାକୁ ଏଡ଼ାଇବା ପାଇଁ ଘଟଣାସ୍ଥଳରେ ପୋଲିସ ମୁତୟନ ରହିଛନ୍ତି । ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ପରେ ପ୍ରବଳ ଉତ୍ତେଜନା ଦେଖଦେଇଥିଲା । ୨ ଗୋଷ୍ଠୀ ମୁହାଁମୁହିଁ ହେବା ପରେ ସ୍ଥିତି ନିୟନ୍ତ୍ରଣ କରିବାକୁ ପୋଲିସ ଲାଠି ଚାର୍ଜ କରିଥିଲା ।

Leave A Reply

Your email address will not be published.