ଟ୍ୱିଟ୍‌ କରି ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର ୧୮।୦୪: ଓଡ଼ିଶା ସଂଗୀତ ଜଗତର ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ, ଗୀତିକାର ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଜୀବନ ବ୍ୟାପୀ ସଂଗୀତ ସାଧନା ପାଇଁ ସେ ଲୋକଙ୍କ ମନରେ ଚିର ସ୍ମରଣୀୟ ରହିବେ ବୋଲି ଟ୍ବିଟ୍ କରିଛନ୍ତି ଧର୍ମେନ୍ଦ୍ର । ସୂଚନାଯୋଗ୍ୟ ଯେ,  ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ୮୩ ବର୍ଷ ବୟସରେ ପରଲୋକ ହୋଇଛି। ଭୁବନେଶ୍ୱର ସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଓଡ଼ିଶା ସଙ୍ଗୀତ ଜଗତ ପାଇଁ ଏକ ଅପୁରଣୀୟ କ୍ଷତି । ତାଙ୍କର ନିରବଚ୍ଛିନ୍ନ ସଙ୍ଗୀତ ସାଧନା ପାଇଁ ସେ ପଦ୍ମଶ୍ରୀ ସମ୍ମାନ ସହିତ ଅନେକ ସମ୍ମାନରେ ସମ୍ମାନିତ ହୋଇଛନ୍ତି । ସେ ପୁରୀରେ ୧୯୩୯ ମସିହା ଫେବୃଆରୀ ୧୬ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କର ମୃତ୍ୟୁ ଖବର ଶୁଣି ସାରା ଓଡ଼ିଶାରେ ଶୋକର ଛାୟା ଖେଳି ଯାଇଛି ।  

Leave A Reply

Your email address will not be published.