ବଢ଼ିଲା ଓମଫେଡ କ୍ଷୀର ଦର 

ଓଡ଼ିଶା : ବଢିଲା ଓମଫେଡ୍ କ୍ଷୀର ଦର । କ୍ଷୀର ଦର ଲିଟର ପିଛା ଦୁଇ ଟଙ୍କା ବୃଦ୍ଧି ପାଇବ । ଆସନ୍ତା ୨୧ ତାରିଖରୁ ଏହି ନୂଆ ଦର ଲାଗୁ ହେବ । ଦୁଗ୍ଧ ଉତ୍ପାଦନ ସହ ପ୍ରତ୍ୟେକ୍ଷ ଓ ପରୋକ୍ଷ ଭାବେ ଜଡିତ ବିଭିନ୍ନ ସାମଗ୍ରୀର ମୂଲ୍ୟ ବୃଦ୍ଧି ହୋଇଛି । ବିଜୁଳି, ପ୍ୟାକେଜିଂ, ପରିବହନ ଓ ଗାଈର ଦାନା ମୂଲ୍ୟ ବୃଦ୍ଧି ପାଉଛି । ତେଣୁ କ୍ଷୀର ଦର ବୃଦ୍ଧି ପାଇବାର ଆବଶ୍ୟକତା ରହିଛି ବୋଲି ଓମଫେଡ୍ ପକ୍ଷରୁ କୁହାଯାଇଛି । ଏହା ଦ୍ୱାରା ଦୁଗ୍ଧ ଉତ୍ପାଦକମାନେ ଅଧିକ ଉତ୍ପାଦନ ପାଇଁ ଉତ୍ସାହିତ ହେବେ ବୋଲି କହିଛି ଓମଫେଡ୍ । ଶେଷ ଥର ପାଇଁ ୨୦୨୦ରେ ଓମଫେଡ୍ କ୍ଷୀର ଦର ଲିଟର ପିଛା ଦୁଇ ଟଙ୍କା ବୃଦ୍ଧି ପାଇଥିଲା ।

Leave A Reply

Your email address will not be published.