ମେୟର ଓ ପୌରାଧ୍ୟକ୍ଷଙ୍କ ୨ଦିନିଆ କର୍ମଶାଳା ଆରମ୍ଭ

ଭୁବନେଶ୍ୱର, ଏପ୍ରିଲ ୨୫ : ନବନିର୍ବାଚିତ ମେୟର ଓ ପୌରାଧ୍ୟକ୍ଷଙ୍କୁ ଲୋକସେବା ଭବନରେ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କ ସାଥିରେ ରୁହ ଓ ଲୋକଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହା ସହ ନିଜ ନିଜ ସହରକୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନେବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଥିଲେ, ସହରାଞ୍ଚଳର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ୱୀକୃତି ହାସଲ କରିଛି । ଜାଗା ମିଶନ ବିକାଶମୁଖୀ ଦେଶମାନଙ୍କ ପାଇଁ ଏକ ମଡେଲ ହୋଇଛି । ସୁଜଳ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାରେ ଓଡ଼ିଶା ସାରା ଦେଶରେ ଏକମାତ୍ର ରାଜ୍ୟ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ । ଚଳିତ ପୌର ନିର୍ବାଚନରେ ମହିଳାମାନେ ବହୁ ସଂଖ୍ୟାରେ ଭାଗ ନେଇ ବିଜୟୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିବା ସହ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । କାର୍ଯ୍ୟକ୍ରମରେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ମୁଖ୍ୟ ଶାସନ ସଚିବ, ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଓ ପୌର ନିର୍ଦ୍ଦେଶକ ପ୍ରମୁଖ ଯୋଗଦେଇଥିଲେ ।

Leave A Reply

Your email address will not be published.