ଚିଲିକା କୂଳରେ ପଡିଛି ରକ୍ତ ଜୁଡୁବୁଡୁ ମୃତଦେହ

ପୁରୀ ୨୮।୦୪ : ଯୁବକଙ୍କୁ ଗଳା କାଟି ହତ୍ୟା ।  ଚିଲିକା କୂଳରୁ ମିଳିଲା ରକ୍ତ ଜୁଡୁବୁଡୁ ମୃତଦେହ । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ସାହାବାଜ ପୁର ଗାଁ ଘଟଣା । ମୃତକ ହେଲେ ମଲେଶ୍ବରୀ ଗାଁର ରାମ ଦୋରା । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ । ଘଟଣାସ୍ଥଳରେ କୃଷ୍ଣପ୍ରସାଦ ପୋଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି । ଖବର ଅନୁଯାୟୀ, ଚିଲିକା କୂଳରେ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଠାବ ହୋଇଥିଲା । ଏହାପରେ ତୁରନ୍ତ ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି । ତେବେ ଏବେ ଯାଏଁ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ସବୁ ଦିଗରୁ ଖୋଲତାଡ଼ କରୁଛି । ଆବଶ୍ୟକ ପଡିଲେ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ନେଇପାରେ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.