ରାଜ୍ୟରେ ଖସୁଛି ସଂକ୍ରମଣ

ଭୁବନେଶ୍ୱର ୨୮।୦୪ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୨୪ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ  ୪ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୦୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୭୬୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୨୩୮୩୪୦ ସାମ୍ପୁଲ ଟେଷ୍ଟ୍ ହୋଇଛି । 

Leave A Reply

Your email address will not be published.