ରାଜ୍ୟରେ ଖସୁଛି ସଂକ୍ରମଣ

ଭୁବନେଶ୍ୱର ୦୨।୦୫ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୬୮ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୦୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୮୦୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୩୩୧୬୯୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।  

Leave A Reply

Your email address will not be published.