୨୪ ଘଣ୍ଟାରେ ବାହାରିଲେ ୧୦ କରୋନା ପଜିଟିଭ୍

ଭୁବନେଶ୍ୱର ୦୪।୦୫ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୮୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୦୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୮୧୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୩୬୪୨୦୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।   

Leave A Reply

Your email address will not be published.