ପୋଖରୀରୁ ମୃତଦେହ ଉଦ୍ଧାର

ପାଟଣା ୧୪/୦୫: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ମହିଁଶାମୁଣ୍ଡି ଗାଁ ନିକଟସ୍ଥ ହାତିବାରୀ ସାହି ବନ୍ଧକୁ ଗାଧେଇବାକୁ ଯାଇ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଉକ୍ତ ଗ୍ରାମର ଲମ୍ବୋଦର ନାଏକ । ସେ ଗତ ଗୁରୁବାର ଅପରାହ୍ନରେ ଗାଧେଇବାକୁ ଯାଇ ଆଉ ଘରକୁ ଫେରିନଥିଲେ । ଘର ଲୋକେ ଖୋଜାଖୋଜି କରିବାରୁ ବନ୍ଧରେ ଭାସୁଥିବା ଅବସ୍ଥାରେ ଦେଖିବାକୁ ପାଇଥିଲେ । ସ୍ଥାନୀୟ ଲୋକେ ପାଟଣା ଅଗ୍ନିଶମ ବିଭାଗକୁ ଖବର ଦେବା ପରେ ଅଗ୍ନିଶମ ବାହିନୀ ପହଁଞ୍ଚି ମୃତଦେହକୁ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଭର୍ତ୍ତି କରିଛନ୍ତି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି ।

Leave A Reply

Your email address will not be published.