ଟ୍ରକ୍‌ ଧକ୍କାରେ ଯୁବକ ଗୁରୁତର, ୫୩ ନମ୍ୱର ଏନ୍‌ଏଚ୍‌ ଅବରୋଧ କଲେ ଗ୍ରାମବାସୀ

କାମାକ୍ଷାନଗର, ୧୪।୦୫: ଏନ୍‌ଏଚ୍‌ ୫୩ ଅବରୋଧ। ଯାତାୟତ ବାଧାପ୍ରାପ୍ତ। କାମାକ୍ଷାନଗର ଥାନା ଆଳତୁମା ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଟ୍ରକ ଧକ୍କାରେ ଜଣେ ଯୁବକ ଗୁରୁତର ହୋଇଥିଲେ । ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଗୁରୁତର ଯୁବକ ଆଳତୁମା ଗ୍ରାମର ପ୍ରିୟବ୍ରତ ପ୍ରଧାନ। କ୍ଷତିପୂରଣ ଦାବିରେ ଗ୍ରାମବାସୀ ରାସ୍ତା ଅବରୋଧ କରିଛନ୍ତି। ପ୍ରିୟବ୍ରତ କାମାକ୍ଷାନଗରରୁ ବାଇକ ଯୋଗେ ଘରକୁ ଫେରୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା କୋଇଲା ବୋଝେଇ ଟ୍ରକ ସହ ଧକ୍କା ହୋଇଥିଲା। ସ୍ଥାନୀୟ ଲୋକଙ୍କ ଦ୍ବାରା ଉଦ୍ଧାର କରାଯାଇ କାମାକ୍ଷାନଗର ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର କରାଯାଇଛି। ତାଙ୍କର ଅବସ୍ଥା ଏବେବି ସଙ୍କଟାପର୍ଣ୍ଣ ରହିଛି। ତେବେ ଏହାକୁ ନେଇ ସକାଳୁ ସକାଳୁ ରାସ୍ତା ରୋକ କରାଯାଇଛି। ଯାହାଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ବରେ ଶହଶହ ସଂଖ୍ୟାରେ ଗାଡି ଅଟକି ରହିଛି ।

Leave A Reply

Your email address will not be published.