ଦେଶରେ ବଢୁଛି ସଂକ୍ରମଣ

ନୂଆଦିଲ୍ଲୀ ୧୬/୦୫: ଉପର ତଳ କରୋନା ଗ୍ରାଫ୍। ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି।ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୨୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୭୩୧୭ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୮୨ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ  ୫୨୪୨୪୧ ସଂକ୍ରମିତ ପ୍ରାଣ ହରାଇଛନ୍ତି । 

Leave A Reply

Your email address will not be published.