୨୪ ଘଣ୍ଟାରେ ଦେଶରେ ୨,୩୨୩ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୨୫ଜଣ ମୃତ

ନୂଆଦିଲ୍ଲୀ:  ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ ବଢ଼ି ୨୦୦୦ ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୨୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୫ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୩୪୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୩୪୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୯୪,୮୦୧। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪୯୯୬। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୨,୧୨,୯୬,୭୨୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୬୩,୫୪,୭୩୩ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୯୯,୩୮୨ଟି ନମୁନା।

Leave A Reply

Your email address will not be published.