ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଗତକାଲି ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନଥିବା ଜଣାଯାଇଛି। ଆଜି ରାଜ୍ୟର ୩ଟି ଜିଲ୍ଲାରୁ ୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୭ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Leave A Reply

Your email address will not be published.