ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୨ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୮।୦୫ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୨୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୧୬୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୭୦୯୭୦୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।  

Leave A Reply

Your email address will not be published.