ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୩ ଜଣ କୋଭିଡ ପଜିଟିଭ

ଭୁବନେଶ୍ଵର ୩୧।୦୫ : ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ଜଣେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।  ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୪୦ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.