୨୪ ଘଣ୍ଟାରେ ବାହାରିଲେ ୧୧ ଜଣ କୋଭିଡ ପଜିଟିଭ

ଭୁବନେଶ୍ଵର ୦୨।୦୬ : ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୬୫ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୨୦୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୭୭୪୩୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.