ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୩ ଜଣ କୋଭିଡ ପଜିଟିଭ୍

ଭୁବନେଶ୍ଵର ୦୭।୦୬ : ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୩୦ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୨୫୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୨୨୩୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି । 

Leave A Reply

Your email address will not be published.