ବ୍ୟାଙ୍କ ସମ୍ମୁଖରୁ ୧୨ଲକ୍ଷ ଲୁଟ୍, ଶିକ୍ଷକଙ୍କ ନିକଟରୁ ଝାମ୍ପିନେଲେ ଟଙ୍କା ଭର୍ତ୍ତି ବ୍ୟାଗ

ଭଦ୍ରକ ୦୯/୦୬: ଶିକ୍ଷକଙ୍କ ନିକଟରୁ ଲୁଟ ଅଭିଯୋଗ । ଭଦ୍ରକ ସହରର ଅପର୍ତ୍ତିବିନ୍ଧା ଛକ ନିକଟ ଷ୍ଟେଟ ବ୍ୟାଙ୍କ ନିକଟରୁ ଲୁଟ୍ ହୋଇଥିବା ସୂଚନା । ବ୍ୟାଙ୍କ ସମ୍ମୁଖରୁ ୧୨ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଲୁଟେରା । ବ୍ୟାଙ୍କରୁ ଟଙ୍କା ଉଠାଇ ଆସୁଥିବା ବେଳେ ଲୁଟିଛନ୍ତି ଲୁଟେରା । ବାଇକ ରେ ଦୁଇ ଲୁଟେରା ଆସି ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେଇଛନ୍ତି । ସୂଚନାଯୋଗ୍ୟ ଯେ ଆଗରପଡା ଅଞ୍ଚଳର ଶିକ୍ଷକ ଅଶୋକ କୁମାର ଖିଲାର ଜମି କିଣିବା ନିମନ୍ତେ ଷ୍ଟେଟ ବ୍ୟାଙ୍କରୁ ଟଙ୍କା ଉଠାଇ ଫେରୁଥିଲେ । ଟଙ୍କା ଉଠାଇ ଠିଆ ହୋଇଥିବା ବେଳେ ବାଇକରେ ଦୁଇ ଲୁଟେରା ଆସି ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେଇ ପଳାଇଥିଲେ । ତେବେ ସ୍ଥାନୀୟ ଲୋକେ ପିଛା କରିବା ସତ୍ତ୍ୱେ ଲୁଟେରା ଖସି ଯାଇଥିଲେ । ପୋଲିସ ପହଞ୍ଚି ଘଟଣାର ଛାନଭିନ୍ ଆରମ୍ଭ କରିଛି ।

Leave A Reply

Your email address will not be published.