ଘରୁ ଦମ୍ପତ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଋଣ ବୋଝ ସହି ନପାରି ଆତ୍ମହତ୍ୟା କରିଥିବା ସନ୍ଦେହ

ଢେଙ୍କାନାଳ ୧୦।୬: ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ କଙ୍କଡପାଳ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘରୁ ଦମ୍ପତ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ୍ୟୁର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ସୂଚନାଯୋଗ୍ୟ ଯେ, ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ କଙ୍କଡପାଳ ଗ୍ରାମରେ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ଘରେ ରଶି ଲଗାଇ ଦମ୍ପତ୍ତି ଆତ୍ମହତ୍ୟା କରିଛନ୍ତି । ମୃତ ଦମ୍ପତ୍ତି ହେଲେ ସ୍ବାମୀ ବିଶିକେଶନ ସାହୁ ଏବଂ ସ୍ତ୍ରୀ ସସ୍ମିତା ସାହୁ । ଝୁଲନ୍ତା ଅବସ୍ଥାରେ ଉଭୟଙ୍କ ମୃତଦେହ ଉଦ୍ଧାର ହୋଇଛି । ଆତ୍ମହତ୍ୟାର ପ୍ରକୃତ କାରଣ ଅସ୍ପଷ୍ଟ ରହିଥିବା ବେଳେ ହାତ ଉଧାରୀ ଓ ଋଣ ବୋଝ ସହି ନପାରି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.