ଆସନ୍ତା ସପ୍ତାହରେ ଓଡ଼ିଶା ଛୁଇଁବ ମୌସୁମୀ, ଧୀରେ ଧୀରେ ଅନୁକୂଳ ହେଉଛି ପାଗ

ଭୁବନେଶ୍ୱର ୧୧/୦୬: ରାଜ୍ୟବାସୀଙ୍କୁ ଖଉସି ଖବର । ଅସହ୍ୟ ଗରମ ଓ ଗୁଳୁଗୁଳିରେ ଅତିଷ୍ଟ ହେଉଥିବା ଲୋକଙ୍କୁ ମିଳିବ ତ୍ରାହି । କାରଣ ଆସନ୍ତା ସପ୍ତାହରେ ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏନେଇ ସୂଚନା ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୪ ରୁ ୫ ଦିନ ମଧ୍ୟରେ ଓଡିଶା ଛୁଇଁବ ମୌସୁମୀ । ଓଡିଶା ପହଞ୍ଚିବା ପାଇଁ ପାଗ ଧୀରେ ଧୀରେ ଅନୁକୂଳ ହେଉଛି ବୋଲି କହିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ସାରା ରାଜ୍ୟରେ କୋହଲା ପାଗ ଲାଗିରହିଛି । ସ୍ଥାନେ ସ୍ଥାନେ ଝିପିଝିପି ବର୍ଷା ବି ହେଉଛି । ତେବେ ଗରମରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ସେପଟେ ଯଦି ଆସନ୍ତା ସପ୍ତାହରେ ଯଦି ମୌସୁମୀ ଓଡ଼ିଶା ଛୁଏଁ ତେବେ ସାରା ରାଜ୍ୟରେ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.