ଅଣସର ପିଣ୍ଡିରେ ଚାଲିଛି ଉପଚାର ସେବା, ତୃତୀୟ ଦିନରେ ଦର୍ଶନ ଦେଉଛନ୍ତି ଅଲାରନାଥ

ବ୍ରହ୍ମଗିରି ୧୭/୦୬: ତୃତୀୟ ଦିନରେ ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ଅନବସର ଦର୍ଶନ । ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କୁ ସୁସ୍ଥ କରିବା ଦଇତା ସେବାୟତଙ୍କ ଦ୍ୱାରା ଅଣସର ପିଣ୍ଡିରେ ଚାଲିଛି ଉପଚାର ସେବା । ଜଗନ୍ନାଥ ଭକ୍ତ ସେପଟେ ବ୍ରହ୍ମଗିରିର ଅଲାରନାଥ ପୀଠରେ ଶଙ୍ଖ ଚକ୍ର ଗଦା ପଦ୍ମ ଧାରୀ ଚତୁର୍ଭୁଜ ନାରାୟଣଙ୍କୁ ଦର୍ଶନ କରୁଛନ୍ତି । ଆଜି ଭୋର ୪ଟାରେ ମହାପ୍ରଭୁଙ୍କ ଦ୍ୱାର ଫିଟା ଯାଇ ୪.୧୫ରେ ମଙ୍ଗଳ ଆଳତୀ ହୋଇଥିଲା । ତାପରେ ତଡପଲାଗି, ଅବକାଶ, ବେଶ ଏବଂ ଗୋପାଳବଲ୍ଲଭ ସରିବା ପରେ ସକାଳ ୬ଟାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି । ଆଜି ମଙ୍ଗଳ ଆଳତୀ ଦେଖିବାକୁ ଭକ୍ତଙ୍କ ଭିଡ଼ ହୋଇଥିଲା । ଏବେ ଦ୍ଵିତୀୟ ଶ୍ରୀକ୍ଷେତ୍ର ପାଲଟିଥିବା ବ୍ରହ୍ମଗିରିର ଅଲାରନାଥ ପୀଠକୁ ଭକ୍ତମାନଙ୍କ ପ୍ରବଳ ଭିଡ ଲାଗୁଛି ।

Leave A Reply

Your email address will not be published.