ଅଲାରନାଥ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ, ଦର୍ଶନ ଦେଉଛନ୍ତି ଚତୁର୍ଭୁଜ ନାରାୟଣ

ବ୍ରହ୍ମଗିରି ୧୮/୦୬: ବ୍ରହ୍ମଗିରିରେ ଚତୁର୍ଥ ଦିନରେ ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ଅନବସର ଦର୍ଶନ । ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କୁ ସୁସ୍ଥ କରିବା ଦଇତା ସେବାୟତଙ୍କ ଦ୍ୱାରା ଅଣସର ପିଣ୍ଡିରେ ଚାଲିଛି ଉପଚାର ସେବା । ସେପଟେ ବ୍ରହ୍ମଗିରିର ଅଲାରନାଥ ପୀଠରେ ଶଙ୍ଖ ଚକ୍ର ଗଦା ପଦ୍ମ ଧାରୀ ଚତୁର୍ଭୁଜ ନାରାୟଣ ଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ଆଜି ଭୋର ୪ ଟାରେ ମହାପ୍ରଭୁଙ୍କ ଦ୍ୱାର ଫିଟା ଯାଇ ୪.୧୫ରେ ମଙ୍ଗଳ ଆଳତୀ ହୋଇଥିଲା । ତାପରେ ତଡପଲାଗି, ଅବକାଶ, ବେଶ ଏବଂ ଗୋପାଳବଲ୍ଲଭ ସରିବା ପରେ ସକାଳ ୬ ଟାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି । ଆଜି ମଙ୍ଗଳ ଆଳତୀ ଦେଖିବାକୁ ଭକ୍ତଙ୍କ ଭିଡ଼ ହୋଇଥିଲା । ଏବେ ଦ୍ଵିତୀୟ ଶ୍ରୀକ୍ଷେତ୍ର ପାଲଟିଥିବା ବ୍ରହ୍ମଗିରିର ଅଲାରନାଥ ପୀଠକୁ ଭକ୍ତମାନଙ୍କ ପ୍ରବଳ ଭିଡ ଲାଗୁଚି।

Leave A Reply

Your email address will not be published.