ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୩୮ କୋଭିଡ୍ ସଂକ୍ରମିତ

ଭୁବନେଶ୍ୱର ୧୮।୦୬ : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୮୦୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.