ଶନିବାର ବସିବ ତୃତୀୟ ସମନ୍ୱୟ କମିଟି ବୈଠକ, ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ ୧୮/୦୬: ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଆଜି ବସୁଛି ତୃତୀୟ ସମନ୍ୱୟ କମିଟି ବୈଠକ । ପୁରୀ ଟାଉନ୍ ହଲରେ ଦିନ ୧୧ଟାରେ ବୈଠକ ଆରମ୍ଭ ହେବ । ବୈଠକରେ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଭର୍ଚୁଆଲ ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ । ଅନ୍ୟପଟେ ବିଭିନ୍ନ ବିଭାଗର ଏକାଧିକ ମନ୍ତ୍ରୀ, ବିଧାୟକ, ବରିଷ୍ଠ ପ୍ରଶାସନିକ ଅଧିକାରୀ, ବରିଷ୍ଠ ପୋଲିସ ଅଧିକାରୀ ଏହି ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ସେପଟେ ରଥ ଖଳାରେ ଜୋରସୋରରେ ଆଗେଇ ଚାଲିଛି ରଥ କାମ । ଚିତ୍ରକର ସେବକମାନେ ରଥରେ ଲାଗିବାକୁ ଥିବା ପାର୍ଶ୍ୱ ଦେବଦେବୀ ମୂର୍ତ୍ତିୀ ରଙ୍ଗ କାର୍ଯ୍ୟ ଜାରି ରଖିଥିବା ବେଳେ ରୂପକାର ସେବକମାନେ ମଧ୍ୟ ସେମାନଙ୍କ କାର୍ଯ୍ୟକୁ ଶେଷ ପର୍ଯ୍ୟାୟରେ ପହଞ୍ଚାଇଛନ୍ତି ।

Leave A Reply

Your email address will not be published.