ରାଜ୍ୟରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୪୬ କୋଭିଡ୍ ସଂକ୍ରମିତ

ଭୁବନେଶ୍ୱର ୨୦।୦୬ : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ଜଣେ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୮୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୦ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ୭ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୮୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୬୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୪୫୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୫୮୪୧୮ସାମ୍ପୁଲ ଟେଷ୍ଟ୍ ହୋଇଛି । 

Leave A Reply

Your email address will not be published.