ଅଷ୍ଟମ ଦିନରେ ଅଲାରନାଥଙ୍କ ଅନବସର ଦର୍ଶନ, ଚତୁର୍ଭୁଜ ନାରାୟଣଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ବ୍ରହ୍ମଗିରି ୨୨/୦୬: ଅଷ୍ଟମ ଦିନରେ ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ଅନବସର ଦର୍ଶନ । ଆଉ ୬ ଦିନ ରହିଲା ମହାପ୍ରଭୁ ଅଲାରନାଥଙ୍କ ଅନବସର ଦର୍ଶନ । ବ୍ରହ୍ମଗିରିର ଅଲାରନାଥ ପୀଠ ରେ ଶଙ୍ଖ ଚକ୍ର ଗଦା ପଦ୍ମ ଧାରୀ ଚତୁର୍ଭୁଜ ନାରାୟଣଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳ ।ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କୁ ସୁସ୍ଥ କରିବାପାଇଁ ଦଇତା ସେବାୟତ ମାନେ ଲାଗିପଡିଛନ୍ତି । ତେଣୁ ଭକ୍ତମାନେ ପଟିଦିଅଁ ରୂପରେ ଦର୍ଶନ କରୁଛନ୍ତି । ଜଗନ୍ନାଥ ଦର୍ଶନ ନ ପାଇ ଖିରି ଖିଆ ଠାକୁର ଅଲାରନାଥଙ୍କୁ ଦର୍ଶନ କରି ସମଫଳ ପାଇବାର ବିଶ୍ୱାସ ନେଇ ଭକ୍ତ ଛୁଟି ଆସୁଛନ୍ତି ବ୍ରହ୍ମଗିରିକୁ ।ଆଜି ଭୋର ୪ଟାରେ ମହାପ୍ରଭୁଙ୍କ ଦ୍ୱାର ଫିଟା ଯାଇ ୪.୧୫ରେ ମଙ୍ଗଳ ଆଳତୀ ହୋଇଥିଲା । ତାପରେ ତଡପଲାଗି, ଅବକାଶ, ବେଶ ଏବଂ ଗୋପାଳବଲ୍ଲଭ ସରିବା ପରେ ସକାଳ ୬ ଟାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି ।

Leave A Reply

Your email address will not be published.