ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧ କରୋନା ପଜିଟିଭ, ୩ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ବଢ଼ିଛି କରୋନା ସଂକ୍ରମଣ। ଗତକାଲି ୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୮ଟି ଜିଲ୍ଲାରୁ ୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬ ଜଣ, ପୁରୀ ଜିଲ୍ଲାରୁ ୧, ରାୟଗଡ଼ା ଜିଲ୍ଲାରୁ ୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ଓ ଷ୍ଟେଟପୁଲରୁ ୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୯, ୧୨୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୫୫୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୯୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Leave A Reply

Your email address will not be published.