ବାପା-ପୁଅଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ବାଂଶପାଳ ୧।୭: ବାପା-ପୁଅଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ୍ ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ପୋଲିସର ତଦନ୍ତ ଜାରି ରହିଛି । ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ନୟାକୋଟ ଥାନା ବାଂଶପାଳ ଗାଁରେ ବାପା-ପୁଅଙ୍କ ମୃତଦେହ ଉଦ୍ଧାର ହୋଇଛି । ଘର ନିକଟ ଜଙ୍ଗଲରୁ ଉଭୟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ବାଂଶପାଳ ରଜାବନ୍ଧ ମୁଣ୍ଡା ସାହିର ଶୁକ୍ରା ମୁଣ୍ଡା ଓ ପୁଅ ଶଙ୍କର ମୁଣ୍ଡା । ବେକରେ ଗାମୁଛା ଲଗାଇ ବାପା ଓ ପୁଅ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଖବର ପାଇ ଘଟଣାସ୍ଥଳରେ ନୟାକୋଟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବାପା-ପୁଅଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ଉଭୟଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ତଦନ୍ତ ପରେ ମୃତ୍ୟୁର କାରଣ ସ୍ପଷ୍ଟ ଜଣାପଡିବ । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

Leave A Reply

Your email address will not be published.