ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୩୧ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୦୨।୦୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୦୧୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୦୧୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୯୭୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୧୧୧୧୦୯ସାମ୍ପୁଲ ଟେଷ୍ଟ୍ ହୋଇଛି ।   

Leave A Reply

Your email address will not be published.