ଉପରାଷ୍ଟ୍ରପତି ନିର୍ବାଚନ: ନାମାଙ୍କନ ଭରିଲେ ୟୁପିଏ ପ୍ରାର୍ଥୀ ମାର୍ଗାରେଟ ଆଲଭା

ନୂଆଦିଲ୍ଲୀ ୧୯/୦୭ : ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନର ଶେଷ ଦିନରେ ନାମାଙ୍କନ ଭରିଛନ୍ତି ୟୁପିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ ଆଲଭା । ଏହି ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖର୍ଗେ, ଏନସିପି ମୁଖ୍ୟ ଶରଦ ପାୱାର ଏବଂ ଅନ୍ୟ ବିରୋଧୀଦଳ ନେତା ଉପସ୍ଥିତ ଥିଲେ । ସୂଚନା ଥାଉକି, ମାର୍ଗାରେଟ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କ ବିପକ୍ଷରେ ପ୍ରାର୍ଥୀ ହୋଇଛନ୍ତି । ଗତକାଲି ଧନଖଡ଼ ପ୍ରଧାନମନ୍ତ୍ରୀଙ୍କ ସମେତ ବରିଷ୍ଠ ନେତାଙ୍କ ଗହଣରେ ଯାଇ ନାମାଙ୍କନ ଭରିଥିଲେ । କଂଗ୍ରେସର ବରିଷ୍ଠ ନେତ୍ରୀ ମାର୍ଗାରେଟ ଆଲଭା ପୂର୍ବରୁ ଗୋଆ, ଗୁଜୁରାଟ, ଏବଂ ଉତ୍ତରାଖଣ୍ଡ ରାଜ୍ୟପାଳ ଥିଲେ । ତାଙ୍କୁ କଂଗ୍ରେସ, ତୃଣମୂଳ କଂଗ୍ରେସ, ବାମଦଳ, ଆରଜେଡି, ସମାଜବାଦୀ ପାର୍ଟି, ଏନସିପି ସମେତ ସମସ୍ତ ପ୍ରମୁଖ ବିରୋଧୀ ଦଳର ନେତା ଏକାଠି ହୋଇ ପ୍ରାର୍ଥୀ କରିଛନ୍ତିି । ବର୍ତ୍ତମାନ ଉପ ରାଷ୍ଟ୍ରପତି ଥିବା ଏମ୍ ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଆସନ୍ତା ଅଗଷ୍ଟ ୧୦ରେ ଶେଷ ହେଉଛି । ଏହା ପୂର୍ବରୁ ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ ।

Leave A Reply

Your email address will not be published.