ଓଡ଼ିଶାରେ ବଢୁଛି ମହିଳା ବିରୋଧୀ ଅପରାଧ, ୨୦୨୦ ତୁଳନାରେ ୨୧ରେ ବୃଦ୍ଧି ପାଇଁ ସବୁପ୍ରକାର ହିଂସା

ଭୁବନେଶ୍ୱର ୧୯।୦୭: ଓଡ଼ିଶାରେ ବଢୁଛି ମହିଳା ବିରୋଧୀ ଅପରାଧ। ଦିନକୁ ୨୯ରୁ ଅଧିକ ମହିଳାଙ୍କ ସମ୍ମାନହାନି ହେଉଥିବା ବେଳେ ୧୬ରୁ ଅଧିକ ମହିଳାଙ୍କୁ ଅପହରଣ ଓ ୭ରୁ ଅଧିକ ମହିଳା ହେଉଛନ୍ତି ଦୁଷ୍କର୍ମର ଶିକାର । ୨୦୨୦ ମସିହା ତୁଳନାରେ ୨୦୨୧ ମସିହାରେ ରାଜ୍ୟରେ ମହିଳାଙ୍କ ବିରୁଦ୍ଧରେ ସବୁପ୍ରକାରର ହିଂସା ବୃଦ୍ଧି ପାଇଛି ବୋଲି ବିଧାନସଭାରେ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଲିଖିତ ଭାବେ ଉତ୍ତର ଦେଇଛନ୍ତି । ସେହି ଲିଖିତ ଉତ୍ତରରେ ଆହୁରୀ ମଧ୍ୟ କୁହାଯାଇଛି ଯେ, ୨୦୨୨ ଜାନୁୟାରୀରୁ ଏପ୍ରିଲ ୩୦ତାରିଖ ମଧ୍ୟରେ ରାଜ୍ୟରେ ୧୯୮୩ଟି ଅପହରଣ ଓ ୮୬୮ଟି ଦୁଷ୍କର୍ମ ମାମଲା ପଞ୍ଜିକୃତ ହୋଇଛି।  ଏହାବାଦ୍‌୨୦୨୦ ମସିହାରେ ୨୯୮୪ଟି , ୨୦୨୧ରେ ୩୩୨୭ଟି ଓ ୨୦୨୨ ଏପ୍ରିଲ ୩୦ ତାରିଖ ମଧ୍ୟରେ ୮୬୮ଟି ଦୁଷ୍କର୍ମ ମାମଲା ପଞ୍ଜିକୃତ ହୋଇଛି  ।

Leave A Reply

Your email address will not be published.