ଆଜିଠୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ନୂଆ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ସମାରୋହରେ ହେବେ ସାମିଲ

ଭୁବନେଶ୍ୱର ୨୩।୦୭:  ଆଜିଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦେଶର ୧୫ ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ସୋମବାର ଦେଶର ନୂଆ ରାଷ୍ଟ୍ରପତି ଭାବେ ଶପଥ ନେବେ ଦ୍ରୌପଦୀ ମୁର୍ମୁ । ତେବେ ଦ୍ରୌପଦୀ ମୁର୍ମୁଙ୍କ ଶପଥ ସମାରୋହକୁ ନବୀନଙ୍କୁ ନିମନ୍ତ୍ରଣ କରାଯାଇଛି । ୨୫ତାରିଖରେ ସଂସଦର ସେଣ୍ଟ୍ରାଲ ହଲରେ ନୂଆ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ଉତ୍ସବ ହେବ । ଦ୍ରୌପଦୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିଲ୍ଲୀ ଗସ୍ତ କରିବେ। ଏହି ଗସ୍ତ ଅବସରରେ ରାଜ୍ୟ ସ୍ବାର୍ଥ ପ୍ରସଙ୍ଗରେ ମଧ୍ୟ କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ। ଏଥିପାଇଁ ଆଜି ମୁଖ୍ୟମନ୍ତ୍ରୀ ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ରୌପଦୀଙ୍କ ସହ ଫୋନ୍ ଯୋଗେ କଥା ହୋଇ ରାଜ୍ୟବାସୀଙ୍କ ତରଫରୁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଦ୍ରୌପଦୀଙ୍କ ସଫଳତାରେ ସାରା ରାଜ୍ୟ ଗର୍ବିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.