ସୋମବାର ମହାପ୍ରଭୁଙ୍କ ଖସାପଡ଼ା ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ୦୧।୦୮: ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି । ଏଥିଲାଗି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ (୪ ଘଣ୍ଟା) ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଖବର ଅନୁଯାୟୀ, ଖସାପଡ଼ା ନୀତି ଠାକୁରଙ୍କ ଏକ ଗୁପ୍ତ ସେବା । ଏହି ସେବା ସମୟରେ ଠାକୁରଙ୍କ ସାଧାରଣ ଦର୍ଶନ ମନା ଥାଏ । ଖସାପଡ଼ା ନୀତି ଦ୍ୱାରା ଦାରୁ ବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ହୋଇଥାଏ । ଦଇତାପତି ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା ସମ୍ପନ୍ନ କରିବେ । ଦିପହର ଧୂପ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବ । ରଥଯାତ୍ରା ଅବସରରେ ଠାକୁରଙ୍କ ଶ୍ରୀଅଙ୍ଗକୁ ବାଧା ପହଞ୍ଚିଥାଏ । ଏଣୁ ଖସାପଡ଼ା ନୀତିରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷିତ ହୁଏ ।

Leave A Reply

Your email address will not be published.