ପାଟଣାଗଡ ଓ କୁଚିଣ୍ଡାରେ ଖୋଲିବ ସରକାରୀ ଆଇଟିଆଇ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୦୩।୦୮: ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ ଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାଦ୍ବାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଭାବରେ ଉପକୃତ ହେବେ।  କୁଚିଣ୍ଡାରେ ନୂଆ ସରକାରୀ ଆଇଟିଆଇ ପ୍ରତିଷ୍ଠା ଦ୍ବାରା କୁଚିଣ୍ଡା ବାମରା ଓ ଜମନକିରା ବ୍ଲକର ଯୁବସମାଜ ଉପକାର ପାଇବେ । ନିଯୁକ୍ତି ତଥା ଆତ୍ମନିଯୁକ୍ତିର ସୁଯୋଗ ଥିବା ଚାରିଗୋଟି ଟ୍ରେଡ୍‌ରେ ଏଠାରେ ୨୪୦ ପ୍ରଶିକ୍ଷାର୍ଥୀଙ୍କୁ ତାଲିମ ଦିଆଯିବ। ସମ୍ବଲପୁର ଆଖପାଖରେ ଅନେକ ଶିଳ୍ପାନୁଷ୍ଠାନ ଗଢି ଉଠୁଥିବାରୁ ଏହା ଛାତ୍ରଛାତ୍ରୀ ମାନଙ୍କ ପାଇଁ ବିପୁଳ ଓ ଅତ୍ମନିଯୁକ୍ତି ପାଇଁ ସୁଯୋଗ ମଧ୍ୟ ସୃଷ୍ଟି କରିବ। ସେହିପରି ବଲାଙ୍ଗୀରର ପାଟଣାଗଡ ଠାରେ ପ୍ରତିଷ୍ଠିତ ITIରେ ମଧ୍ୟ ୪ ଗୋଟି ଟ୍ରେଡ୍‌ରେ ୨୪୦ ଜଣ ପିଲା ଶିଳ୍ପ ତାଲିମ ପାଇପାରିବେ । ବୃତ୍ତିଗତ ତାଲିମ ବ୍ୟବସ୍ଥା ଦ୍ବାରା ବ୍ଲକ୍‌ର ଯୁବକ ଯୁବତୀ ମାନଙ୍କୁ ଦକ୍ଷତା ବୃଦ୍ଧି ହେବା ସହିତ ନିଯୁକ୍ତି/ଆତ୍ମନିଯୁକ୍ତିର ସୁଯୋଗ ସୃଷ୍ଟିରେ ସହାୟକ ହେବ।

Leave A Reply

Your email address will not be published.