ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୯୮୯୩ କରୋନା ପଜିଟିଭ୍

ନୂଆଦିଲ୍ଲୀ ୦୪/୦୮: ଉପରତଳ କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ କମିଲା ପରେ ପୁଣି ବଢିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି କାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୯ ହଜାର ଟପିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୯୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୯୮୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୩୬୪୭୮ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୪ ଲକ୍ଷ ୨୪ ହଜାର୨୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୬୫୩୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

gpkandhamal

Umasankar Adv
Leave A Reply

Your email address will not be published.