କଡ ଲେଉଟାଇଲାଣି କରୋନା, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୪୧ ଛାତ୍ରୀ ପଜିଟିଭ

ମୁନିଗୁଡା ୦୫/୦୮: ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଫେରିଛି କରୋନା । ରାୟଗଡା ଜିଲ୍ଲା ଚନ୍ଦ୍ରପୁର ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୪୧ ଜଣ ଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବୁଧବାର ୧୨ ଜଣ ଚିହ୍ନଟ ହୋଇଥିବା ବେଳେ ଗତକାଲି ୨୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସମସ୍ତ ୪୧ ଜଣଙ୍କୁ ଆଇସୋଲେସନରେ ରଖାଯାଇଥିବା ବେଳେ ସମସ୍ତଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ରହିଥିବା ଜଣାପଡିଛି । ଆଜି ହଷ୍ଟେଲରେ ଥିବା ଅନ୍ୟ ଛାତ୍ରୀମାନଙ୍କ କରୋନା ଟେଷ୍ଟ କରାଯିବ ବୋଲି ସୁଚନା ମିଳିଛି.

Leave A Reply

Your email address will not be published.