ଭୁବନେଶ୍ୱର ୦୬।୦୮ : ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ରେଜଲ୍ଟ ତାରିଖ ଘୋଷଣା । ୮ ତାରିଖ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଏହି ପରକ୍ଷୀଫଳ । orissaresults.nic.in ୱେବସାଇଟ୍ରେ ମାଧ୍ୟମରେ ଫଳ ଜାଣିପାରିବେ ଛାତ୍ରଛାତ୍ରୀ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ତେବେ ରାଜ୍ୟରେ ଚଳିତବର୍ଷ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷା ଦେଇଥିଲେ । ବୁଧବାର ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ପଳ ପ୍ରକାଶ ପାଇଥିଲା । ପୂର୍ବ ବର୍ଷ ତୁଳନାରେ ଚଳିତ ବର୍ଷ ଭଲ ରେଜଲ୍ଟ ହୋଇଛି । ଆଗକୁ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ସେହିପରି ହେବ ବୋଲି ଶିକ୍ଷାବିତ୍ମାନେ ଆଶା ରଖିଛନ୍ତି ।