ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ : ଭାସିଯାଇ ଯୁବତୀଙ୍କ ମୃତ୍ୟୁ

ପୁରୀ ୯।୮: ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ଗଭୀର ସମୁଦ୍ରରେ ଭାସି ଯୁବତୀଙ୍କ ମୃତ୍ୟୁ ହୋଇଛି । ମୃତ ଯୁବତୀ ଜଣଙ୍କ ହେଉଛନ୍ତି ଛତିଶଗଡ ରାୟଗଡ ଅଞ୍ଚଳର ମିନାକ୍ଷୀ ନାୟକ ।  ସୂଚନାଯୋଗ୍ୟ ଯେ, ପୁରୀ ସମୁଦ୍ର କୂଳ ସେକ୍ଟର ୧ନଂ ରେ ମିନାକ୍ଷୀ ତାଙ୍କ ସାଙ୍ଗଙ୍କ ସହ ସ୍ନାନ କରୁଥିବା ବେଳେ ଗଭୀର ସମୁଦ୍ର ଭିତରକୁ ଭାସି ଯାଇଥିଲେ । ସେଠାରେ ଉପସ୍ଥିତ ଥିବା ଲାଇଫ୍ ଗାର୍ଡ ଓ ଅଗ୍ନିଶମ ବିଭାଗ କର୍ମଚାରୀ ବହୁତ ଖୋଜାଖୋଜି କରିବା ପରେ ବ୍ଲୁଫ୍ଲାଗ୍ ସମୁଦ୍ରରୁ ତାଙ୍କୁ ଉଦ୍ଧାର କରିଥିଲେ । ଉଦ୍ଧାର ପରେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ । ସେଠାରେ ମିନାକ୍ଷୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । 

Leave A Reply

Your email address will not be published.