ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ଭୁବନେଶ୍ବର ୨୫।୮: ଭୁବନେଶ୍ବର ଭିଏସଏସ ନଗର ଅଞ୍ଚଳରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର ହୋଇଛି । ଟ୍ରେନ୍‌ରେ କଟିଯାଇଥିବା ସନ୍ଦେହ କରାଯାଉଛି । ଯୁବକଙ୍କ ପରିଚୟ ମିଳିପାରିନଥିବା ବେଳେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ଭିଏସଏସ ନଗ ସ୍ଥିତ ରେଳ ଧାରଣାରୁ ଜଣେ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର ହୋଇଛି । ଯୁବକ ଜଣଙ୍କ ଟ୍ରେନ୍‌ରେ କଟି ଯାଇଥିବା ସନ୍ଦେହ କରାଯାଇଛି । ଖବର ଲେଖା ହେବା ପର୍ଯ୍ୟନ୍ତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ତେବେ ଯୁବକଙ୍କ ପକେଟରୁ ଏକ ପଲସର ବାଇକ୍‌ର ଚାବି ମିଳିଛି । ତେବେ କେଉଁ ପରିସ୍ଥିତିରେ ଯୁବକଙ୍କ ମୃତ୍ୟୁ ହୋଇଛି ତାହା ଅସ୍ପଷ୍ଟ ରହିଛି । ଯୁବକ ଜଣଙ୍କ ଆତ୍ମହତ୍ୟା କରିଛନ୍ତି ନା ମୃତ୍ୟୁ ପଛରେ ଅନ୍ୟ କିଛି କାରଣ ରହିଛି ତାହାକୁ ନେଇ ଜିଆରପି ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.