ଭୁବନେଶ୍ୱରରେ ଚାଞ୍ଚଲ୍ୟ, ଘରୁ ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର ୨୫।୦୮ : ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ରସୁଲଗଡ ସ୍ଥିତ ଭାଗବତ ସନ୍ଧାନ ଶାନ୍ତି ନିବାସରେ ମହିଳା ଆତ୍ମହତ୍ୟା କରିଛନ୍ତି । ଯୁବତୀଙ୍କ ନାମ ପ୍ରଜ୍ଞା ପାରମିତା ଧଲ୍ ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ଗୁରୁବାର ସକାଳ ସମୟରେ ରୁମ୍‌ରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଦେଖି ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ । ମଞ୍ଚେଶ୍ଵର୍ ଥାନା ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଥିଲା । ଏହାପରେ ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ତେବେ କିଭଳି ପରିସ୍ଥିତିରେ ମହିଳା ଆତ୍ମହତ୍ୟା କଲେ , ସେନେଇ ଖୋଲତାଡ଼ କରୁଛି ମଞ୍ଚେଶ୍ୱର ଥାନା ପୋଲିସ । ସେହିପରି ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ ସହଯୋଗ ନେଇପାରେ ପୋଲିସ ।

Leave A Reply

Your email address will not be published.