ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୧ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୯।୦୮: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୭୧୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୨ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୫୮ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୫ଜଣ, ଷ୍ଟେଟ ପୁଲ୍‌ରୁ ୧୪ଜଣ ରହିଛନ୍ତି ।

Leave A Reply

Your email address will not be published.