ଗଣେଶ ଚତୁର୍ଥୀରେ ବିଜୁଳି-ଘଡଘଡି ସହ କାଳବୈଶାଖୀ ବର୍ଷା ସମ୍ଭାବନା, ୧୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର, ,୩୦/୮: ସଂପ୍ରତି ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରଭାବରେ ଦିନର ତାପମାତ୍ରାରେ ବୃଦ୍ଧି ତଥା ଉଚ୍ଚ ଆଦ୍ରତା ପ୍ରଭାବରେ ଅସହ୍ୟ ଗୁଳୁ-ଗୁଳି ଅନୁଭୂତ ହେଉଛି। ତେବେ ଏହାର ପ୍ରଭାବରେ ଆସନ୍ତାକାଲି (୩୧, ଅଗଷ୍ଟ ୨୦୨୨) ଗଣେଶ ଚତୁର୍ଥୀରେ, ଉପକୂଳ ଓଡିଶା ସମେତ ପାର୍ଶ୍ବବର୍ତ୍ତୀ ଜିଲ୍ଲା ଗୁଡିକରେ ବିଜୁଳି-ଘଡଘଡି ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ବର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୩୧ ଅଗଷ୍ଟ ୨୦୨୨ରେ ଆସନ୍ତାକାଲି ରାଜ୍ୟରେ ଉପକୂଳ ସମେତ କିଛି ଆଭ୍ୟନ୍ତରୀଣ ଓଡ଼ିଶାର ୧୯ଟି ଜିଲ୍ଲାରେ ବିଜୁଳି ଘଡଘଡି ସହ କାଳବୈଶାଖୀ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ରାଜ୍ୟର ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି ଓ ସୁନ୍ଦରଗଡ଼ ପ୍ରଭୃତି ୧୯ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି-ଘଡଘଡି ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Leave A Reply

Your email address will not be published.