ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ

ଭୁବନେଶ୍ୱର ୩୧।୦୮: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୭୮୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୮ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୭ଜଣ, ଷ୍ଟେଟ ପୁଲ୍‌ରୁ ୮ଜଣ ରହିଛନ୍ତି ।

Leave A Reply

Your email address will not be published.