ମହାରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ପରଲୋକ

ନୂଆଦିଲ୍ଲୀ, ୦୯|୦୯: ବ୍ରିଟେନ ମହାରାଣୀ ଏଲିଜାବେଥଙ୍କ ପରଲୋକ । ୯୬ ବର୍ଷ ବୟସରେ ଆଖି ବୁଜିଲେ କ୍ବିନ୍ ଏଲିଜାବେଥ୍। ଗୁରୁବାର ଦିନ ୯୬ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ବ୍ରିଟେନ ରାଜତନ୍ତ୍ରରେ ସର୍ବାଧିକ ସମୟ ଶାସନରେ ରହିଥିବା ରାଣୀ। ଏଲିଜାବେଥଙ୍କର ସ୍କଟଲାଣ୍ଡର ବାଲମୋରାଲ ମହଲରେ ପରଲୋକ ଘଟିଥିବା ରାଜ ପରିବାର ପକ୍ଷରୁ ଘୋଷଣା କରାଯାଇଛି। ଗୁରୁବାର ତାଙ୍କ ସ୍ୱାସ୍ଥ୍ୟରେ ଦ୍ରୁତ ଅବନତି ଘଟିଥିଲା ଏବଂ ତାଙ୍କୁ ବଞ୍ଚାଇବା ପାଇଁ ଡାକ୍ତରୀ ଟିମ୍ ର ସମସ୍ତ ପ୍ରଚେଷ୍ଟା ବିଫଳ ହୋଇଥିଲା। ୧୯୫୨ ମସିହାରେ ରାଣୀ କ୍ଷମତା ଗ୍ରହଣ କରିବା ପରଠାରୁ ବ୍ୟାପକ ସାମାଜିକ ପରିବର୍ତ୍ତନ ଆଣିଥିଲେ ଏବଂ ରାଷ୍ଟ୍ରର ସମୃଦ୍ଧି ଦିଗରେ ଅନେକ ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଥିଲେ। ୧୯୨୬ ଏପ୍ରିଲ ୨୧ ତାରିଖରେ ମହାରାଣୀ ଜନ୍ମଗ୍ରହଣ କରିଥିଲେ । ସେତେବେଳେ ବ୍ରିଟେନର ରାଜା ଥିଲେ ପଞ୍ଚମ ଜର୍ଜ । ଏଲିଜାବେଥଙ୍କ ପିତା ଜର୍ଜ-୬ ମଧ୍ୟ ପରେ ବ୍ରିଟେନର ରାଜା ହୋଇଥିଲେ । ଏଲିଜାବେଥ ଦ୍ୱିତୀୟଙ୍କ ଦେହାନ୍ତ ପରେ ଅପରେସନ ୟୁନିକର୍ଣ୍ଣ ଆରମ୍ଭ ହୋଇଯାଇଛି । ନିଧନରୁ ଅନ୍ତିମ ସଂସ୍କାର ମଧ୍ୟରେ ଥିବା ୧୦ ଦିନ ଅନେକ କାର୍ଯ୍ୟକ୍ରମ ଆୟୋଜିତ ହେବ । ଏହାସହ ୧୦ ଦିନିକିଆ ଶୋକ ମଧ୍ୟ ପାଳନ ହେବ ।

Leave A Reply

Your email address will not be published.