ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ

ଭୁବନେଶ୍ୱର ୧୯।୦୯: ପରଲୋକରେ ବିଧାୟକବିଷ୍ଣୁ ସେଠୀ । ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ବିଷ୍ଣୁ ସେଠୀଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା । ଖବର ଅନୁଯାୟୀ, ଗତ କିଛି ଦିନ ହେଲା କୀଡ୍‌ନୀ ରୋଗରେ ପୀଡିତ ଥିଲେ ବିଷ୍ଣ ସେଠୀ । ଏହାପରେ ତାଙ୍କୁ ଭୁବନେଶ୍ୱର ସ୍ଥିତ ଏମ୍‌ସ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମାସେ ହେଲା ଏମ୍‌ସ ମେଡିକାଲରେ ବିଷ୍ଣ ସେଠୀଙ୍କ ଚିକିତ୍ସା ଚାଲିଥିଲା । ହେଲେ ସୋମବାର ସକାଳ ସମୟରେ ମେଡିକାଲ ପକ୍ଷରୁ ବିଷ୍ଣ ସେଠୀଙ୍କ ଦେହାନ୍ତ ହୋଇଥିବା ସୂଚନା ଦିଆଯାଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା । ସୂଚନାଯୋଗ୍ୟ ଯେ, ପିଲାଦିନୁ ରାଜନୀତି ପ୍ରତି ବିଷ୍ଣୁ ସେଠୀଙ୍କ ବେଶ୍‌ ଆଗ୍ରହ ଥିଲେ । ଓଡିଶା ପ୍ରଶାସନିକ ସେବା ପାଇଁ ମନୋନୀତ ହୋଇଥିଲେ ବି ସେ ଯୋଗଦେଇନଥିଲେ । ପରେ ସେ ଶ୍ୟାମାପ୍ରସାଦ ମୁଖାର୍ଜୀ ଓ ଦିନ୍‌ ଦୟାଲ ଉପାଧ୍ୟାୟଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେପିରେ ଯୋଗଦେଇଥିଲେ । ଆଉ ଦଳକୁ ସୁଦୃଢ କରିବାରେ ଲାଗିପଡିଥିଲେ । ୨୦୦୦-୨୦୦୪ ପର୍ଯ୍ୟନ୍ତ ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । କିନ୍ତୁ ୨୦୦୪ ନିର୍ବାଚନରେ ସେହି ଆସନରୁ ସେ ପରାଜିତ ହୋଇଥିଲା । ୨୦୦୬ରେ ଓଡିଶା କାଜୁ ନିଗମର ଅଧ୍ୟକ୍ଷ ଭାବେ ଦାୟିତ୍ୱ ନିର୍ବାହ କରିଥିଲେ । ଏହା ପରେ ୨୦୦୯ ଓ ୨୦୧୪ ନିର୍ବାଚନରେ ଭଦ୍ରକ ଧାମନଗର ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚନ ଲଢିଥିଲେ । କିନ୍ତୁ ଏଥିରେ ସେ ପରାଜିତ ହୋଇଥିଲା । ଶେଷରେ ୨୦୧୯ରେ ଧାମନଗର ଆସନରୁ ନିଜ ପ୍ରତିଦ୍ୱନ୍ଦୀଙ୍କୁ ଚେକ୍‌ ଦେଇ ବିଜୟୀ ହୋଇଥିଲା । ଆଉ ବିଜେପି ଦଳ ପକ୍ଷରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲା । ତେବେସମୟ ସମୟରେ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ସମାଲୋଚନା କରୁଥିଲେ । ଏପିରିକି ନିଜର ଶାଣିତ ସ୍ୱରରେ ସରକାରଙ୍କୁ ମଧ୍ୟ ଘାଇଲା କରୁଥିଲେ । ବିଜେପିର ଦକ୍ଷ ନେତା ଭାବେ ବେଶ୍‌ ଜଣାଶୁଣା ବିଷ୍ଣୁ ସେଠୀ ।

Leave A Reply

Your email address will not be published.