ଜୀବନ ହାରିଦେଲେ ଜିଲ୍ଲା ପରିଷଦ ସଭ୍ୟ

ଭୁବନେଶ୍ୱର ୨୪/୦୯ : ପାରିବାରିକ କଳହ ନେଲା ଜୀବନ । ଆତ୍ମହତ୍ୟା କରିଛନ୍ତି ଜିଲ୍ଲା ପରିଷଦ ସଭ୍ୟ । ଆତ୍ମହତ୍ୟା କରିଥିବା ଜିଲ୍ଲା ପରିଷଦ ସଭ୍ୟ ହେଉଛନ୍ତି ପୁରୀ ଜିଲ୍ଲା ଗୋପ ୧୧ ନଂ ଜୋନର ଧର୍ମେନ୍ଦ୍ର ସାହୁ । ଭୁବନେଶ୍ୱର ଶିଶୁପାଳଗଡ ଲକ୍ଷ୍ମୀବିହାରସ୍ଥିତ ସମ୍ପର୍କୀୟଙ୍କ ଘରୁ ମିଳିଛି ମୃତଦେହ । ତେବେ ପାରିବାରକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତ୍ୟୁ ପୂର୍ବରୁ ସୋସିଆଲ ମିଡିଆରେ କରିଥିବା ପୋଷ୍ଟକୁ ନେଇ ଚର୍ଚ୍ଚା । “ମୋ ଫୋନ ଦୁଇଟାରେ ସବୁ ଭିଡିଓ ରହିଛି, ତାକୁ ଲୋକଲୋଚନକୁ ଆଣିବେ । ଏଭଳି କିଛି ଲେଖା ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି । ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କଲା ପୋଲିସ ।

Leave A Reply

Your email address will not be published.