ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା

ରାଉରକେଲା ୨୭।୦୯ : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା । ରାଉରକେଲା ଡେଲି ମାର୍କେଟ ସ୍ଥିତ ଶ୍ୱଶୁର ଘରେ ଆତ୍ମହତ୍ୟା କରିଛନ୍ତି ରମେଶ । ତେବେ ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି । ଖବର ଅନୁଯାୟୀ,  ସୋମବାର ବିଳମ୍ବିତ ରାତିରେ ସେ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ମଙ୍ଗଳବାର ଦିନ ସକାଳୁ ଘର ଖୋଲିବା ବେଳେ ତାଙ୍କର ଝୁଲନ୍ତା ମୃତଦେହ ଠାବ କରାଯାଇଥିଲା । ବେକରେ ଦୌଡି ଲଗାଇ ଆତ୍ମହତ୍ୟା କରିଛନ୍ତି । ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଉଦିତ୍‌ ନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

Leave A Reply

Your email address will not be published.